ସ୍ଥିତି ଅସମ୍ଭାଳ : ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୬୧ ହଜାରରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ, ୧୫୦୧ ମୃତ

Published By : Prameya-News7 Bureau | April 18, 2021 IST

ନୂଆଦିଲ୍ଲୀ ୧୮।୦୪: ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୬୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୦୧ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୬୧ ହଜାର ୫୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୫୦୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୭ ଲକ୍ଷ ୮୮ହଜାର ୧୦୯ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୭ ହଜାର ୧୫୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୮ ଲକ୍ଷ ୦୯ ହଜାର ୬୪୩ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୮୦୧୩୧୬।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.