ମହାମାରୀ ସାଙ୍ଘାତିକ : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୩ ଲକ୍ଷ ୪୯ ହଜାର ପଜିଟିଭ୍, ୨୭୬୭ ମୃତ

Published By : Prameya-News7 Bureau | April 25, 2021 IST

ନୂଆଦିଲ୍ଲୀ ୨୫।୦୪: ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୬୭ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୪୯ ହଜାର ୬୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୬୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬୯ ଲକ୍ଷ ୬୦ହଜାର ୧୭୨ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୯୨ ହଜାର ୩୧୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୦ ଲକ୍ଷ ୮୫ ହଜାର ୧୧୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୬୮୨୭୫୧।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.