Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଲାଗୁନି ବ୍ରେକ୍, ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଅଧିକ ପଜିଟିଭ୍

27/04/2021 at 9:48 AM

ନୂଆଦିଲ୍ଲୀ, ୨୭।୦୪: ସ୍ଥିତି ଅସମ୍ଭାଳ । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୭୧ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୨୩ ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୭୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ହଜାର ୩୦୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୯୭ ହଜାର ୮୯୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୫ ଲକ୍ଷ ୫୬ ହଜାର ୨୦୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୮୨୨୦୪।

   Related Posts