ଉପରତଳ ହେଉଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୧୭୦ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | November 05, 2021 IST

ଭୁବନେଶ୍ୱର ୦୫।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୯୪୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୪ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ,ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୯୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୦୮୮୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୨୯୬୫୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.