Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଉପରତଳ ହେଉଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୬୩ କୋଭିଡ୍ ପଜିଟିଭ୍

12/11/2021 at 9:46 AM

ଭୁବନେଶ୍ୱର ୧୨।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୯୬୨ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୨୯ ଜଣ, କଟକରୁ ୨୧ ଜଣ, ଯାଜପୁରରୁ ୧୦ ଜଣ, ସମ୍ବଲପୁର ଓ ଗଜପତି ଜିଲ୍ଲାରୁ ୯ ଜଣ ଲେଖାଁଏ, ବାଲେଶ୍ବର, ଦେବଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଁଏ, ସମ୍ବଲପୁରରୁ ୬ ଜଣ, ଢ଼େଙ୍କାନାଳରୁ ୫ ଜଣ, ମୟୂରଭଞ୍ଜରୁ ୪ ଜଣ, ଗଞ୍ଜାମରୁ ୩ ଜଣ, ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୯୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୩୬୫୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୭୧୭୨୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts