୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା

Published By : Prameya-News7 Bureau | December 06, 2021 IST

ଭୁବନେଶ୍ୱର ୦୬।୧୨: ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୩୫୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୯ ଜଣ ରହିଛନ୍ତି ।

wp:html ୧୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୮ ଜଣ, ମୟୂରଭଞ୍ଜରୁ ୧୦ ଜଣ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ୫ ଜଣ ଲେଖାଁଏ, କଟକ,ଗଞ୍ଜାମ ଓ କେନ୍ଦ୍ରପଡ଼ା ଜିଲ୍ଲାରୁ୪ ଜଣ ଲେଖାଁଏ, ଅନୁଗୁଳରୁ ୩ ଜଣ, ବରଗଡ଼, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଭଦ୍ରକ, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଳାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍‌ରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୦୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୯୬୭୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୦୭୪୨୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.