Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୭୧ କୋଭିଡ୍ ପଜିଟିଭ୍, ୩୪୨୬୯୫ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

4/04/2021 at 10:52 AM

ଭୁବନେଶ୍ବର ୦୪।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୯୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୧୦, ବାଲେଶ୍ୱରରୁ ୧୫, ବରଗଡରୁ ୫, ଭଦ୍ରକରୁ ୬, ବଲାଙ୍ଗୀରରୁ ୩୬, କଟକରୁ ୨୨, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧, ଯାଜପୁରରୁ ୧୧, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୫୦, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଧାରୁ ୪୦, କୋରାପୁଟରୁ ୭, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୧୭, ନୟାଗଡରୁ ୪, ନୂଆପଡାରୁ ୪୨, ପୁରୀରୁ ୧୪, ରାୟଗଡାରୁ ୮, ସମ୍ବଲପୁରରୁ ୨୭, ସୋନପୁରରୁ ୨, ସୁନ୍ଦରଗଡରୁ ୮୫ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୬୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୫୯୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts