ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍

Published By : Prameya-News7 Bureau | August 05, 2021 IST

ନୂଆଦିଲ୍ଲୀ, ୦୫/୦୮ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୩୩ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨୯୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୩୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୮ ଲକ୍ଷ ୧୨ହଜାର ୧୧୪ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୬ ହଜାର ୨୯୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୯ ଲକ୍ଷ୭୪ ହଜାର ୭୪୮ରେ ପହଁଚିଛି। ଏବେ ଦେଶରେ ୪୧୧୦୭୬ଟି ସକ୍ରିୟ ମାମଲା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.