Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଆଜି ଆସିବ କରୋନା ବିରୋଧି ଔଷଧ 2DG : ଗୁଣ୍ଡ ଆକାରରେ ମିଳିବ, ପାଣିରେ ମିଶାଇ ପିଇହେବ

17/05/2021 at 7:23 AM

ନୂଆଦିଲ୍ଲୀ, ୧୭|୦୫:  ସୋମବାର ଆସିବ ଡିଆରଡିଓ ଦ୍ବାରା ପ୍ରସ୍ତୁତ କରୋନା ଔଷଧ -୨ଡିଜି। ସକାଳ ସାଢେ ୧୦ଟାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏହି ଆଣ୍ଟି କୋଭିଡ ଔଷଧର ପ୍ରଥମ ବ୍ୟାଚ୍ ଲଞ୍ଚ କରିବେ । ଏହି ଔଷଧ ଡିଆରଡିଓର ଇନଷ୍ଟିଚ୍ୟୁଟ୍ ଅଫ ନିଉକ୍ଲିଅର ଆଣ୍ଡ ଆଲାଏଡ ସାଇନସ୍ ଏବଂ ହାଇଦ୍ରାବାଦ ସ୍ଥିତ ଡକ୍ଟର ରେଡି ଲ୍ୟାବ ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି ।

ଏହି ଔଷଧ ପାଉଡର ଗୁଣ୍ଡ ଆକାରରେ ମିଳିବ ଏବଂ ଏହାକୁ ପାଣିରେ ମିଶାଇ ପିଆଯାଇ ପାରିବ । ଡିଆରଡିଓ ପକ୍ଷରୁ କୁହାଯାଇଛି ଏହି ଔଷଧ ଯେଉଁ କେତେକ କରୋନା ରୋଗୀଙ୍କୁ ଟ୍ରାଏଲ୍ ପାଇଁ ଦିଆଯାଇଥିଲା ତାଙ୍କ ଆରଟିପିସିଆର ଟେଷ୍ଟ କମ୍ ଦିନରେ ନେଗେଟିଭ୍ ଆସିଛି । ଏହା କରୋନା ରୋଗୀଙ୍କ ପାଇଁ ବେଶ ଫଳପ୍ରଦ ହେଉଛି ବୋଲି ଦାବି କରାଯାଇଛି ।

ପ୍ରଥମ ବ୍ୟାଚରେ ୧୦ ହଜାର ଡୋଜ୍ ବଜାରକୁ ଆସିବ । ଏହି ଔଷଧକୁ ସାମାନ୍ୟ ଏବଂ ମଧ୍ୟମ ଲକ୍ଷଣ ଥିବା କୋରୋନା ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର ହୋଇପାରିବ । ଏହି ଔଷଧର ‘ମଲିକ୍ୟୁଲ୍ ’ ଚିକିତ୍ସାଧୀନ କୋଭିଡ୍ ରୋଗୀଙ୍କୁ ଶୀଘ୍ର ସୁସ୍ଥ କରିବା ସହ ଅମ୍ଳଜାନ ନିର୍ଭରଶୀଳତା ହ୍ରାସ କରିବ । ଡିଆରଡିଓ ଓ ହାଇଦ୍ରାବାଦର ଡକ୍ଟର ରେଡ୍ଡୀ ଲାବୋରେଟୋରୀ ସହଯୋଗରେ ଏହି ଔଷଧକୁ ବିକଶିତ କରାଯାଇଛି । କ୍ଲିନିକାଲ୍ ପରୀକ୍ଷା ଫଳାଫଳରେ ଦର୍ଶାଇଛି ଯେ ଏହି ଆଣ୍ଟି-କୋଭିଡ୍ ଡ୍ରଗ୍ ହସ୍ପିଟାଲରେ ଭର୍ତ୍ତି ରୋଗୀଙ୍କୁ ଶୀଘ୍ର ସୁସ୍ଥ ହେବାରେ ସାହାଯ୍ୟ କରିଥାଏ । ଏଥରେ କୌଣସି ପ୍ରକାରର ପାର୍ଶ୍ବ ପ୍ରତିକ୍ରିୟା ନାହିଁ।

   Related Posts