Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଆଜି ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦୀ, କୋଭିଡ୍ ସ୍ଥିତି ଓ ଟିକାକରଣର କରିବେ ସମୀକ୍ଷା

13/07/2021 at 7:43 AM

ନୂଆଦିଲ୍ଲୀ,୧୩/୦୭: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ପୂର୍ବାହ୍ନ ୧୧ଟାରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ । ସମ୍ପୃକ୍ତ ରାଜ୍ୟରେ କୋଭିଡ-୧୯ ପରିସ୍ଥିତି ଓ ଟିକାକରଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସମୀକ୍ଷା କରିବେ ବୋଲି କୁହାଯାଉଛି ।

ଉତ୍ତର-ପୂର୍ବାଞ୍ଚଳର ଏସବୁ ରାଜ୍ୟଗୁଡିକ ମଧ୍ୟରେ ରହିଛି ଆସାମ, ନାଗାଲାଣ୍ଡ, ତ୍ରିପୁରା, ସିକିମ, ମଣିପୁର, ମେଘାଳୟ, ମିଜୋରାମ ଓ ଅରୁଣାଚଳ ପ୍ରଦେଶ । ଏସବୁ ରାଜ୍ୟରେ ଗତ କିଛିଦିନ ହେଲା କରୋନା ସଂକ୍ରମଣ ମାମଲା ପୁଣି ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି । ତେଣୁ ତାର ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାରମାନେ କ’ଣ ସବୁ ପଦକ୍ଷେପ ନେଇଛନ୍ତି ତାହା ମୋଦିଙ୍କୁ ଅବଗତ କରାଇବେ ।

   Related Posts