Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ଗତ ୨୪ଘଣ୍ଟାରେ କରୋନା ନେଲା ୪୬ ଜଣଙ୍କ ଜୀବନ

2/07/2021 at 9:01 AM

ଭୁବନେଶ୍ୱର ୦୨।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ନୟାଗନ, ପୁରୀ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର, ବରଗଡ଼, ଜଗତସିଂହପୁର,ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର,କୋରାପୁଟ, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୬୧୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦୯୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୯୦୮୦୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts