ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 14, 2021 IST

ଭୁବନେଶ୍ୱର ୧୪।୦୫ :  ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯୦ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ. ଅନୁଗୋଳରୁ ୩ଜଣ, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ, ଗଜପତି, ଗଞ୍ଜାମ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

{"id":452272,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୮୮୬୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୦୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୮୨୩୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୭୬୯୩୧୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.