Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

10/09/2021 at 10:39 AM

ଭୁବନେଶ୍ୱର ୧୦।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୁଳ, କଟକ, ଜଗତସିଂହପୁର,କେନ୍ଦ୍ରପଡ଼ା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୦୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୩୦୧୮୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts