ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

Published By : Prameya-News7 Bureau | September 17, 2021 IST

ଭୁବନେଶ୍ୱର ୧୭।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଭଦ୍ରକ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୯୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୪୮୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୧୨୮୨୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.