ରାଜ୍ୟରେ କରୋନା ନେଲା ୩୯ଜଣଙ୍କ ଜୀବନ, ୨୯୧୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | June 04, 2021 IST

ଭୁବନେଶ୍ବର ୦୪।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୯୮୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୬୭୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୧୩୦୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୦୪୦୮୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.