ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

Published By : Prameya-News7 Bureau | September 07, 2021 IST

ଭୁବନେଶ୍ୱର ୦୭।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ସୋମବାର ସୁଦ୍ଧା ମୋଟ୍ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୪୭୭୧୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.