ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ୧୯୨୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
4/04/2021 at 1:45 PM

ଭୁବନେଶ୍ୱର, ୦୪।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣଙ୍କ ଖୋର୍ଦ୍ଧାର ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୮୫ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୭୬୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୫୯୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Related Posts
ଦାଢ଼ି ରଖୁଥିଲେ ସାବଧାନ ! ବଢାଉଛି କରୋନା ଆଶଙ୍କା
11 April 2021