ରାଜ୍ୟରେ ଜୀବନ ହାରିଲେ ଆଉ ୬ କରୋନା ସଂକ୍ରମିତ, ୧୭୭୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | December 06, 2020 IST

ଭୁବନେଶ୍ବର ୦୬।୧୨: ରାଜ୍ୟରେ ଦିନକୁ ଦିନ ହ୍ରାସ ପାଉଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

wp:html /wp:html

ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୫୨୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୪୩୭୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.