Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୦ ଜଣଙ୍କ ଜୀବନ

25/06/2021 at 9:21 AM

ଭୁବନେଶ୍ବର ୨୫।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୯, ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୩୫୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୫୬୪୯୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୪୧୭୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts