ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

Published By : Prameya-News7 Bureau | August 05, 2021 IST

ଭୁବନେଶ୍ୱର ୦୫।୦୮ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":491116,"sizeSlug":"full","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୫୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୩୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୩୫୫୨୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.