ରାଜ୍ୟରେ କରୋନା ନେଲା ଆଉ ୮ ଜଣଙ୍କ ଜୀବନ, ୧୯୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | April 23, 2021 IST

ଭୁବନେଶ୍ୱର ୨୩।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବଲାଙ୍ଗୀର,ବାଲେଶ୍ବର, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।

{"id":442721,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୪୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୧୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୩୫୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୭୯୩୪୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏହାସହ କରୋନା ଯୋଗୁଁ ୧୯୭୩ ଜଣଙ୍କର ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.