Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୧୬ କରୋନା ପଜିଟିଭ୍, ୨୦୧ ସ୍ଥାନୀୟ ସଂକ୍ରମିତ

13/07/2020 at 9:29 AM

ଭୁବନେଶ୍ୱର ୧୩।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୭୩୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ୬୧୬ଜଣ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ଜଣ, ବରଗଡ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୩, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨୮୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡା ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୂଆପଡା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୭୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୯୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୪୧୫୩୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts