ନୂଆଦିଲ୍ଲୀ, ୨୯/୦୫: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୭୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୬୧୭ଜଣଙ୍କ ମୃତ୍ୟୁ ହୋଇଛି ।
wp:html/wp:htmlदेश में पिछले 24 घंटे में कोरोना वायरस की 30,62,747 वैक्सीन लगाई गईं, जिसके बाद कुल वैक्सीनेशन का आंकड़ा 20,89,02,445 हुआ। #CovidVaccine https://t.co/gZG3RRsWrl
— ANI_HindiNews (@AHindinews) May 29, 2021
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୭୩ ହଜାର ୭୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୬୦୦ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୬୧୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୭୭ଲକ୍ଷ ୨୯ ହଜାର ୨୪୭ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୨୨ ହଜାର ୫୧୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୫୧ ଲକ୍ଷ ୭୮ ହଜାର ୦୧୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୨୨୮୭୨୪ ।