Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ

16/05/2021 at 9:54 AM

ନୂଆଦିଲ୍ଲୀ, ୧୬।୦୫: ସ୍ଥିତି ଅସମ୍ଭାଳ । ଭୟଙ୍କର । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୭୭ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୧୧  ହଜାର  ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୦୭୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୪୬ ଲକ୍ଷ ୮୪ ହଜାର ୦୭୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୭୦ ହଜାର ୨୮୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୭ ଲକ୍ଷ ୯୫ ହଜାର ୩୩୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୬୧୮୪୫୮।

   Related Posts