Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ରାଜ୍ୟରେ ଆଉ ୫୭୭ କରୋନା ସଂକ୍ରମିତ ଚିହ୍ନଟ : ୧୧ ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

9/07/2020 at 10:04 AM

ଭୁବନେଶ୍ବର ୦୯।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୨୦୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳର ୭, ବାଲେଶ୍ୱରର ୩୦, ଭଦ୍ରକରୁ ୨, କଟକରୁ ୧୪, ଢେଙ୍କାନାଳ ୪, ଗଜପତିରୁ ୧୭, ଗଞ୍ଜାମରୁ ୨୬୦, ଜଗତସିଂପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡାରୁ ୧, କେଉଁଝରରୁ ୪୮, କୋର୍ଧାରୁ ୫୬, କୋରାପୁଟରୁ ୬, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୪, ନୟାଗଡରୁ ୧, ପୁରୀରରୁ ୫, ସମ୍ବଲପୁରରୁ ୩ ଓ ସୁନ୍ଦରଗଡରୁ ୮୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୨୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୨୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ୩୧୪୯୮୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts