Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍

14/05/2021 at 8:21 AM

ଭୁବନେଶ୍ୱର ୧୪।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮୮୬୮୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୩୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୪୫୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪୦ଜଣ, ବରଗଡ଼ ଜିଲ୍ଲାରୁ ୫୦୭ଜଣ, ଭଦ୍ରକ ଜିଲ୍ଲାରୁ ୪୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୬୧ଜଣ, ବୌଦ୍ଧ ଜିଲ୍ଲାରୁ ୨୨୮ଜଣ, କଟକ ଜିଲ୍ଲାରୁ ୭୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭୪ଜଣ, ଗଜପତି ଜିଲ୍ଲାରୁ ୧୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୩୮୭ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫୯ଜଣ, ଯାଜପୁର ଜିଲ୍ଲାରୁ ୪୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୦୧ଜଣ, କୋରାପୁଟ ଜିଲ୍ଲାରୁ ୨୪୬ଜଣ, ମାଲକାନଗିରି ଜିଲ୍ଲାରୁ ୧୦୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୬୨ଜଣ, ନୟାଗଡ଼ ଜିଲ୍ଲାରୁ ୩୦୧ଜଣ, ନୂଆପଡ଼ା ଜିଲ୍ଲାରୁ ୨୦୪ଜଣ, ପୁରୀ ଜିଲ୍ଲାରୁ ୪୬୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୮୭ଜଣ, ସମ୍ବଲପୁର ଜିଲ୍ଲାରୁ ୬୭୭ଜଣ, ସୋନପୁର ଜିଲ୍ଲାରୁ ୧୭୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୫୨ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୮୮୬୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୦୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୮୨୩୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୭୬୯୩୧୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts