Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୧୭୭ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା

6/05/2020 at 6:52 AM

ଭୁବନେଶ୍ୱର ୦୬|୦୫ : ରାଜ୍ୟରେ ଦିନକୁ ଦିନ ବଢିବାର ଲାଗିଛି କରୋନା ସଂକ୍ରମଣ । କରୋନା ମହାମାରୀକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । କିନ୍ତୁ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଆଜି ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି ।

ଏହାପୂର୍ବରୁ ରାଜ୍ୟର ଗତକାଲି ବିଭିନ୍ନ ସ୍ଥାନରୁ ୭ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ ।ଯାହାକୁ ମିଶାଇ ରାଜ୍ୟରେ ଗତାକାଲି ସୁଦ୍ଧା ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଥିଲା । ଗତକାଲି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ, କଟକ, ବାଲେଶ୍ୱର, ଯାଜପୁର ଜିଲ୍ଲାରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ କାହାର ପଶ୍ଚିମବଙ୍ଗ ଲିଙ୍କ ରହିଥିଲା ତ କାହାର ସୁରଟ ଲିଙ୍କ୍‌ ରହିଥିଲା ।

ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୦ଜଣ ସୁସ୍ଥ ହୋଇସାରିଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଜଣେ ବ୍ୟକ୍ତିଙ୍କ କରୋନା ଜନିତ ମୃତ୍ୟୁ ହୋଇଛି ।

   Related Posts