Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

କ୍ୱାରେଣ୍ଚାଇନ୍ ସେଣ୍ଟରରେ କରୋନା ପଜିଟିଭ୍ ମହିଳାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ମଧ୍ୟ ସଂକ୍ରମିତ

18/07/2020 at 8:17 AM

ମୁମ୍ବାଇ,୧୮|୦୭: ନଭି ମୁମ୍ବାଇର ଏକ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଜଣେ ୪୦ ବର୍ଷୀୟା ମହିଳାଙ୍କୁ ଦୁଷ୍କର୍ମ କରାଯାଇଛି । ପଲଓ୍ୱେଲ ପୋଲିସ ପୀଡିତ ମହିଳାଙ୍କ ଅଭିଯୋଗ ଆଧାରରେ ଜଣେ ଯୁବକଙ୍କୁ ଗିରଫ କରିଛି । ତେବେ ଅଭିଯୁକ୍ତଜଣଙ୍କ ସ୍ୱାସ୍ଥ୍ୟକର୍ମୀ ବୋଲି ଜଣାପଡିଛି ।

ପୋଲିସ ଅଧିକାରୀ ଅଶୋକ ରାଜପୁତ କହିଛନ୍ତି ଯେ, ଏହି ଘଟଣା ଗୁରୁବାର ସନ୍ଧ୍ୟା ସମୟରେ ଘଟିଛି । ତେବେ ଦୁଷ୍କର୍ମ ପୀଡିତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏଥିରେ ସେ କରୋନା ପଜିଟିଭ୍ ବୋଲି ଜଣାପଡିଥିଲା । ପୀଡିତା ଅଭିଯୋଗ କରିଛନ୍ତି ଯେ, ଅଭିଯୁକ୍ତ ଜଣଙ୍କ ଚିକିତ୍ସା ବାହାନାରେ ତାଙ୍କ ସହ ଦୁଷ୍କର୍ମ କରିଥିଲେ । ଅଭିଯୁକ୍ତ ମଧ୍ୟ କରୋନା ପଜିଟିଭ୍ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ବିହାର ପାଟନାର ଏକ ହସ୍ପିଟାଲରେ ମଧ୍ୟ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା । ପୋଲିସ ପୋସ୍କୋ ଆକ୍ଟରେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ।

   Related Posts