ଓଡିଶାରେ ଫ୍ଲାଟେନିଂ କର୍ଭରେ କରୋନା ସଂକ୍ରମଣର ସ୍ଥିତି : ଡିଏମଇଟି

Published By : Prameya-News7 Bureau | April 29, 2021 IST

ଭୁବନେଶ୍ବର ୨୯।୪: ଓଡିଶାରେ ଫ୍ଲାଟେନିଙ୍ଗ କର୍ଭରେ କରୋନା ସଂକ୍ରମଣର ସ୍ଥିତି । ଏଭଳି ସୂଚନା ଦେଇଛନ୍ତି ଡିଏମଇଟି ସିବିକେ ମହାନ୍ତି । ଅର୍ଥାତ୍ ସଂକ୍ରମଣର ସମାନ୍ତରାଳ ଭଳି ସ୍ଥିତି ରହିଛି । ସ୍ଥିତି ଢେଉ ଭଳି ରହୁଛି । କେତେବେଳେ ଅପ୍ ତ କେତେବେଳେ ଡ଼ାଉନ ସ୍ଥିତିରେ ବି ରହୁଛି । ଗତକାଲି ୮ ହଜାର ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ଏହା ୭ ହଜାରରେ ରହିଛି । ସେଥିପାଇଁ ଭୟଭୀତ ହେବାର ଆବଶ୍ୟକତା ନାହିଁ । ସେପଟେ ଅନ୍ୟ ରାଜ୍ୟ ତୁଳନାରେ ମୃତ୍ୟୁ ସଂଖ୍ୟା କମ୍ ରହିଛି । କୋରନା ହୋଇ ଅନ୍ୟ ରୋଗ ଯୋଗୁଁ ଲୋକଙ୍କର ମୃତ୍ୟୁ ହେଉଛି । ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ସବୁବେଳେ ପ୍ରସ୍ତୁତ ଅଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୬୯୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୫୫୧୩ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୫୫୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୭୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୫୭୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୦୪୧୨୦୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.