Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ବାୟୁରେ ୪୦% ବ୍ୟାପୁଛି କରୋନା, ବନ୍ଦ ଘରେ ଅଧିକ ସଂକ୍ରମଣ

22/04/2021 at 11:05 AM

ଭୁବନେଶ୍ବର ୨୨।୪: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଜୟ କୁମାର ପାଣିଗ୍ରାହୀ ମତ ଦେଇଛନ୍ତି ଯେ, ୪୦ ପ୍ରତିଶତ କରୋନା ବାୟୁ ଦ୍ବାରା ବ୍ୟାପୁଛି । ବନ୍ଦ କୋଠରୀରେ କରୋନା ସଂକ୍ରମଣ ଅଧିକ ହେଉଥିବା ଜଣାପଡିଛି । ତେଣୁ ଇନଡୋର୍ ମିଟିଂ କମ୍ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଆହୁରି ମଧ୍ୟ ସେ କହିଛନ୍ତି ଏସି ବ୍ୟବହାର ଦ୍ବାରା ବି କରୋନା ସଂକ୍ରମଣ ବୃଦ୍ଧି ପାଉଛି । ତେଣୁ ଘରେ ଏବଂ ଅଫିସ୍ ରେ ଏସି କମ୍ ବ୍ୟବହାର କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୮୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୧୩୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୬୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୭୪୯୯୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts