Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ମେଡିକାଲର ତୃତୀୟ ମହଲାରୁ ଡେଇଁ କରୋନା ସନ୍ଦିଗ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ, ଭାଙ୍ଗିଗଲା ଦୁଇ ଗୋଡ

5/04/2020 at 2:41 PM

ନୂଆଦିଲ୍ଲୀ, ୦୫|୦୪:  ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପିଲାଣି । ଏହି ମାରାତ୍ମକ ଭାଇରସ ୭୭ଜଣଙ୍କ ଜୀବନ ମଧ୍ୟ ନେଲାଣି । ଏହା ମଧ୍ୟରେ ଦିଲ୍ଲୀରେ ଏକ ଚକିତ କଲା ଭଳି ମାମଲା ସାମ୍ନାକୁ ଆସିଛି । ଜଣେ ବ୍ୟକ୍ତିଙ୍କୁ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାରୁ ଟେଷ୍ଟ୍ ପାଇଁ ନିଆଯାଉଥିବା ବେଳେ ସେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।

ଏହି ବ୍ୟକ୍ତିଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଥିଲା । କାରଣ ସେ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଥିଲା । ତାଙ୍କୁ ମାର୍ଚ୍ଚ ୩୧ରେ ଲୋକ ନାୟକ ଜୟପ୍ରକାଶ ନାରାୟଣ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ରବିବାର ଦିନ ୧୧ଟା ୩୦ ସମୟରେ ତାଙ୍କୁ ପରୀକ୍ଷା ପାଇଁ ନିଆଯାଉଥିବା ବେଳେ ସେ ମେଡିକାଲର ତୃତୀୟ ମହଲାରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।ଫଳରେ ତାଙ୍କ ଗୋଡ ଭାଙ୍ଗିଯାଇଛି । ଏବେ ତାଙ୍କ ଅବସ୍ଥା ସ୍ଥିର ଥିବା ବେଳେ କରୋନା ଟେଷ୍ଟ୍ ରିପୋର୍ଟ ଆସିନାହିଁ ବୋଲି ଡାକ୍ତରମାନେ କହିଛନ୍ତି ।

   Related Posts