Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଦେଶର ୧୧୬ ଜିଲ୍ଲାରେ କରୋନା ଭାକସିନର ଡ୍ରାଏ ରନ୍ ଆରମ୍ଭ, ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ମଧ୍ୟ ରହିବେ ଉପସ୍ଥିତ

2/01/2021 at 9:55 AM

ନୂଆଦିଲ୍ଲୀ, ୦୨/୦୧:  ନୂଆବର୍ଷରେ ଭାରତକୁ ଏକ ବଡ ଉପହାର ମିଳିବାକୁ ଯାଉଛି । କରୋନା ଭାକସିନର ଟିକାକରଣ ଅଭିଯାନରେ ଥିବା ସମସ୍ତ ସମସ୍ୟାକୁ ଚିହ୍ନଟ ଓ ନିରାକରଣ କରାଯିବା ପାଇଁ ଶନିବାର ଦେଶର ୧୧୬ ଜିଲ୍ଲାରେ ଆରମ୍ଭ ହୋଇଛି ଡ୍ରାଏ ରନ୍ । ୨୫୯ଟି ସ୍ଥାନରେ ଡ୍ରାଏ ରନ୍ ଆରମ୍ଭ ହୋଇଯାଇଛି । କେନ୍ଦ୍ର ସରକାର ଦେଶର ୪ଟି ରାଜ୍ୟରେ କରିଥିବା ଡ୍ରାଏ ରନର ସଫଳତା ପରେ ଏହାକୁ ସାରା ଦେଶରେ ଆରମ୍ଭ କରିଥିଲେ । ଦିଲ୍ଲୀରେ ଆରମ୍ଭ ହୋଇଥିବା ଡ୍ରାଏ ରନରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ମଧ୍ୟ ସାମିଲ ହେବେ ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଶନିବାର କହିଛି ଯେ, ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ କରୋନା ଭାକସିନର ଡ୍ରାଏ ରନ୍ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି । ଡ୍ରାଏ ରନ୍ ବେଳେ ଟିକାକରଣ ଅଭିଯାନ ସହ ଜଡିତ ସମସ୍ତ ପ୍ରକ୍ରିୟାକୁ ପାଳନ କରାଯିବ । ଯେପରି ବାସ୍ତବରେ ଟିକାକରଣ କରାଯାଉଛି ।

କରୋନା ଭାକସିନ୍ ପାଇଁ ତିଆରି ହୋଇଥିବା କୋ-ଭିନ୍ ଆପ୍ ଅନେକ ଉପଯୋଗୀ ସାବ୍ୟସ୍ତ ହୋଇଛି । ଏଥିରୁ ଟିକାକରଣର ସମସ୍ୟା ବାବଦରେ ସୂଚନା ମିଳିପାରୁଛି । ଏହାସହ ପ୍ରକ୍ରିୟାରେ ନିୟୋଜିତ ସ୍ୱାସ୍ଥ୍ୟକର୍ମୀଙ୍କ ଆତ୍ମବିଶ୍ୱାସ ବୃଦ୍ଧି ଦିଗରେ ଏହା କାମ କରୁଛି । ଦେଶର ପ୍ରଥମ ପର୍ଯ୍ୟାୟରେ ଆନ୍ଧ୍ରପ୍ରଦେଶ, ଆସାମ, ଗୁଜୁରାଟ ଓ ପଞ୍ଜାବରେ ଡିସେମ୍ବର ୨୮ ଓ ୨୯ରେ ଡ୍ରାଏ ରନ୍ ହୋଇଥିଲା ।

   Related Posts