Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଲଟକିଲା ଭାଗ୍ୟ, କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ମିଳିଲାନି ଅନୁମୋଦନ

27/10/2021 at 10:04 AM

ନୂଆଦିଲ୍ଲୀ୨୭/୧୦: ପୁଣି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପାଖରେ ଲଟକିଲା କୋଭାକସିନର ଭାଗ୍ୟ । ଜରୁରୀକାଳୀନ ଅନୁମତି ପାଇଁ ମିଳିଲାନି WHO ର ଗ୍ରୀନ ସିଗନାଲ । ଗତକାଲି ଏ ନେଇ WHOର ଟେକ୍ନିକାଲ୍ ଟିମର ବୈଠକ ବସିଥିଲା । ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକସିନର ସମସ୍ତ ରିପୋର୍ଟକୁ ନେଇ ତଜର୍ମା କରିଥିଲା ଟେକ୍ନିକାଲ୍ ଟିମ ।

ଏହି ଅବସରରେ ବରିଷ୍ଠ ବୈଜ୍ଞାନିକମାନେ ସମସ୍ତ ଦିଗକୁ ତଜର୍ମା କରିବା ପରେ ଭାରତ ବାୟୋଟେକକୁ ଅତିରିକ୍ତ ସ୍ପଷ୍ଟୀକରଣ ମାଗିଛନ୍ତି । ନଭେମ୍ବର ତିନି ତାରିଖରେ ପରବର୍ତ୍ତୀ ବୈଠକ ବସିବ । ଏଥିରେ କୋଭାକସିନକୁ ନେଇ ଆଲୋଚନା କରିବ WHO । ଏପ୍ରିଲ୍ ୧୯ ତାରିଖରେ କୋଭାକସିନର ଜରୁରିକାଳୀନ ଅନୁମତି ପାଇଁ WHO ପାଖରେ ଆବେଦନ କରିଥିଲା ଭାରତ ବାୟୋଟେକ୍ ।

ଏବେ ସାରା ଦେଶରେ ବୟସ୍କ ଓ ସାବାଳକଙ୍କୁ ଦିଆଯାଉଛି ଏହି କରୋନା ଟିକା । କରୋନାର ମୂଳ ଭ୍ୟାରିଆଣ୍ଟ ବିରୋଧରେ ୭୭.୮ ପ୍ରତିଶତ ଓ ଡେଲ୍ଟା ଭ୍ୟାରିଆଣ୍ଟ ବିରୋଧରେ ୬୫.୩ ପ୍ରତିଶତ ପ୍ରଭାବଶାଳୀ ଅଟେ ଭାରୟ ବାୟୋଟେକର କୋଭାକସିନ୍ ଟିକା ।

   Related Posts