Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଦେଶରେ ବେକାବୁ କରୋନା ଭାଇରସ : ୨୪ ଘଣ୍ଟାରେ ୯୬ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୪୬ ମୃତ

6/04/2021 at 11:05 AM

ନୂଆଦିଲ୍ଲୀ ୦୬।୦୪: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ଜାରି ରହିଛି । ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଇଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୬ହଜାର ୯୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୬ଜଣଙ୍କ ମୃତ୍ୟୁ ହୋଇଛି । ତେବେ ପୂର୍ବ ଦିନ ତୁଳନାରେ ମଙ୍ଗଳବାର ମୃତ୍ୟୁ ସଂଖ୍ୟାରେ କମ୍ ଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୬ ଲକ୍ଷ ୮୬ ହଜାର ୦୪୯ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୫ ହଜାର ୫୪୭ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୭ ଲକ୍ଷ ୩୨ ହଜାର ୨୭୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୮୮୨୨୩ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୩୧୧୦୯୨୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

   Related Posts