Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

କରୋନା ପୁଣି ଥରେ ନେଲାଣି ଭୟଙ୍କର ରୂପ, ୨୪ ଘଣ୍ଟାରେ ୨୦ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ମହାରାଷ୍ଟ୍ରରେ ଋଷ ଓ ବ୍ରିଟେନଠୁ ଅଧିକ ମାମଲା

12/03/2021 at 10:01 AM

ନୂଆଦିଲ୍ଲୀ,୧୨/୦୩:  ଦେଶରେ କରୋନା ଭାଇରସର ପୁଣି ଥରେ ଭୟଙ୍କର ରୂପ ଧାରଣ କଲାଣି । ଗତ ୨୪ ଗଣ୍ଟାରେ ରାଜ୍ୟରେ ୨୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୭୦ ପ୍ରତିଶତ ଆକ୍ରାନ୍ତ କେବଳ ମହାରାଷ୍ଟ୍ରରୁ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ୨୪ ଘଣ୍ଟାରେ ୧୨୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ୧୭ ହଜାର ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ମହାରାଷ୍ଟ୍ରରେ ସ୍ଥିତି ବିଗିଡିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଏଠାରୁ ୧୩୬୫୯ଟି ନୂଆ କେସ୍ ସାମ୍ନାକୁ ଆସିଛି । ଏହି ସଂଖ୍ୟା ଋଷ, ବ୍ରିଟେନ, ସ୍ପେନ୍ ଓ ଜର୍ମାନୀରେ ସାମ୍ନାକୁ ଆସିଥିବା ନୂଆ ମାମଲାରୁ ଅଧିକ । ଜର୍ମାନୀରେ ମାର୍ଚ୍ଚ ୧୦ରେ ୧୨୨୪୬, ଋଷରେ ୯୦୭୯, ବ୍ରିଟେନରେ ୫୯୨୬ ଓ ସ୍ପେନରେ ୬୬୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୧୨ ଲକ୍ଷରୁ ଅଧିକ ରହିଛି ।ଏବେସୁଦ୍ଧା ୧ ଲକ୍ଷ ୫୮ ହଜାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାସହ ୧ ଲକ୍ଷ ୫୭ ହଜାର ଆକ୍ଟିଭ୍ କେସ୍ ରହିଛି । ଦେଶରେ ସୁସ୍ଥ ହାର ୯୭ ପ୍ରତିଶତ ଥିବା ବେଳେ ମୃତ୍ୟୁ ହାର ରହିଛି ୧.୪ ପ୍ରତିଶତ ।

   Related Posts