Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଆତଙ୍କ ଖେଳାଉଛି କରୋନା: ଦେଶରେ ୧୦୦ ଡେଇଁଲା ମୃତ୍ୟୁସଂଖ୍ୟା, ୪ହଜାର ପାର୍‌ ସଂକ୍ରମିତ

8/04/2020 at 8:11 AM

ନୂଆଦିଲ୍ଲୀ ୦୮।୦୪:  ସାରା ବିଶ୍ବରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍ ଭାରତରେ ମଧ୍ୟ କାୟା ବିସ୍ତାର କରି ଚାଲିଛି । ଗତ ୨୪ ଘଣ୍ଟାରେ ୩୫୪ ନୂଆ ମାମଲା ସାମ୍ନାକୁ ଆସିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୭୮୯ରେ ପହଞ୍ଚିଛି । ଏହି ଘାତକ ଭୂତାଣୁ ଯୋଗୁଁ ଏ ପର୍ଯ୍ୟନ୍ତ ୧୨୪ ଜଣଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟପକ୍ଷରେ ୩୨୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଫେରିଛନ୍ତି।

ତେବେ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୮ରେ ପହଞ୍ଚିବା ସହ ଏହା ତାଲିକାର ଶୀର୍ଷରେ ରହିଛି। ମହାରାଷ୍ଟ୍ରରେ ଏ ପର୍ଯ୍ୟନ୍ତ ୪୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୫୬ ଜଣ ସୁସ୍ଥ ହୋଇ ଫେରିଛନ୍ତି। ମହାରାଷ୍ଟ୍ରରେ ୨ଟି ବିଶାଳ ହସ୍ପିଟାଲକୁ କରୋନା ପାଇଁ ସିଲ୍  କରାଯାଇଛି। ବହୁ ସଂଖ୍ୟାରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ କରୋନା ଆକ୍ରାନ୍ତ ହୋଇଥିବାରୁ ଆତଙ୍କ ବଢ଼ିଛି । ସେହିପରି ଅନ୍ୟ ରାଜ୍ୟମାନଙ୍କରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି । ଯେପରି କେରଳ, ତାମିଲନାଡୁ, ରାଜସ୍ଥାନ, ଉତ୍ତରପ୍ରଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ଲାଗିଛି ।

   Related Posts