Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୭୯ ହଜାର କେସ୍, ୩୬୪୫ ଜୀବନ ନେଲା କରୋନା

29/04/2021 at 9:55 AM

ନୂଆଦିଲ୍ଲୀ, ୨୯।୦୪: ସ୍ଥିତି ଅସମ୍ଭାଳ । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୭୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୬୪୫ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୭୯ ହଜାର ୨୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୬୪୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୮୩ ଲକ୍ଷ ୭୬ହଜାର ୫୨୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୪ ହଜାର ୮୩୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୫୦ ଲକ୍ଷ ୮୬ ହଜାର ୮୭୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୮୪୮୧୪।

   Related Posts