Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦର ମାମଲାରେ ପୋଲିସକୁ ସହାୟତା କରିବି: ୟାକୁବ୍‌
  • ||
  • ଆତ୍ମସମର୍ପଣ କରିବି ବୋଲି କହିଲେ ହାଇଦର ସହଯୋଗୀ ୟାକୁବ
  • ||
  • ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ
  • ||
  • କରୋନା ସ୍ଥିତି ନସୁଧୁରିବା ଯାଏ ରେମଡେସିଭିର ରପ୍ତାନୀ ବନ୍ଦ
  • ||
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||

ମହାରାଷ୍ଟ୍ରରେ ମହାମାରୀ ତାଣ୍ଡବ, ଗତ ୨୪ ଘଣ୍ଟାରେ ୬୦ ହଜାର କରୋନା ସଂକ୍ରମିତ ଚିହ୍ନଟ, ୩୨୨ ମୃତ

7/04/2021 at 10:55 PM

ମୁମ୍ବାଇ ୭/୪: ମହାରାଷ୍ଟ୍ରରେ ବୁଧବାର ପାଖାପାଖି ୬୦ ହଜାର ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୯୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧,୭୩,୨୬୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ପାଖାପାଖି ୬୦ ହଜାର ନୂଆ ମାମଲା ସହ ରାଜ୍ୟରେ ଏବେ ମୋଟ ୫,୦୧,୫୫୯ ଆକ୍ଟିଭ୍‌ ମାମଲା ରହିଛି।

ମଙ୍ଗଳବାର ମହାରାଷ୍ଟ୍ରରେ ୫୫,୪୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୭ ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିଭଳି ଗତ ୨୪ ଘଣ୍ଟାରେ ୩୨୨ ଜଣ  ମୃତ୍ୟୁବରଣ କରିଛନ୍ତି। ଏହା ସହ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫୬,୬୫୨ରେ ପହଞ୍ଚିଛି।

କେବଳ ମାୟାନଗରୀ ମୁମ୍ବାଇ କଥା କହିଲେ, ଗତ ୨୪ ଘଣ୍ଟାରେ ସହରରେ ୧୦୪୪୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ୨୪ ଜଣ ପ୍ରାଣ ହରାଇଛନ୍ତି। ସେପଟେ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଳାରେ ସ୍ଥିତି ଜଟିଳ ହୋଇପଡ଼ିଛି। ଜିଲ୍ଲାରେ ୧୩୩୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୧,୨୬୬ରେ ପହଞ୍ଚିଛି। ଏହାସହ ୩୦ ଜଣ  କରୋନାରେ  ମୃତ୍ୟୁବରଣ କରିଛନ୍ତି ।  

   Related Posts