Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମିତ ଚିହ୍ନଟ

24/02/2021 at 9:07 PM

ମୁମ୍ବାଇ ୨୪/୦୨: ମହାରାଷ୍ଟ୍ରରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮,୮୦୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୮୦ ଜଣଙ୍କ ମୃତ୍ୟୁ ହୋଇଛି। ୨୭୭୨ ଲୋକଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ଏହା ବ୍ୟତୀତ ମାୟାନଗରୀ ମୁମ୍ବାଇରେ ୧୧୬୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅନୁସାରେ ମହାରାଷ୍ଟ୍ରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧,୨୧,୧୧୯ରେ ପହଞ୍ଚିଯାଇଛି। ସେଥିମଧ୍ୟରୁ ୨୦,୦୮,୬୨୩ ଜଣ ସୁସ୍ଥ ହୋଇଛନ୍ତି। ଆକ୍ଟିଭ ମାମଲା ୫୯,୩୫୮ ଥିବା ବେଳେ ମୃତଙ୍କ ସଂଖ୍ୟା ୫୧,୯୩୭ରେ ପହଞ୍ଚିଛି। ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଯାଞ୍ଚରେ ଗତି ଭରିବାକୁ ନିର୍ଦେଶ ଦିଆଯାଇଛି।

ମିଳିଥିବା ସୂଚନା ଅନୁସାରେ ରାଜ୍ୟରେ ପ୍ରତି ଦିନ ୬୦ ହଜାର ନମୂନା ଯାଞ୍ଚ କରାଯାଉଛି। ଏହା ସହ ସଂକ୍ରମିତଙ୍କ ସମ୍ପର୍କରେ ଆସୁଥିବା ଲୋକଙ୍କ ସତର୍କତା ସହ ଚିହ୍ନଟ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ସରକାର ନିର୍ଦେଶ ଦେଇଥିବା ଜଣାପଡ଼ିଛି। ଏହା ପୂର୍ବରୁ ମହାରାଷ୍ଟ୍ରରେ ମଙ୍ଗଳବାର ୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ୫୧ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।

ଗତ ସୋମାବର ଦିନ ରାଜ୍ୟରେ ୫୨୧୦ ନୂଆ ମାମଲା ମିଳିଥିବା ବେଳେ ମଙ୍ଗଳବାର ୬୨୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ। ସେହିଭଳି ଗତ ୨୪ ଘଣ୍ଟାରେ ରାଜ୍ୟର କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୦୦ ପାଖାପାଖି ପହଞ୍ଚିଯାଇଛି। ୧୦ ଫେବୃଆରୀ ପରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

   Related Posts