ଅପେକ୍ଷାର ଅନ୍ତ : ଜାନୁୟାରୀ ୧୬ରୁ ଦେଶରେ ଆରମ୍ଭ ହେବ ଟିକାକରଣ, ପ୍ରଥମ ପର୍ଯ୍ୟାୟରେ ୩ କୋଟି ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ଭ୍ୟାକସିନ୍‌

Published By : Prameya-News7 Bureau | January 09, 2021 IST

ନୂଆଦିଲ୍ଲୀ ୦୯/୦୧ : ଆସନ୍ତା ୧୬ ତାରିଖରୁ ଦେଶରେ ଆରମ୍ଭ ହେବାକୁ ଯାଉଛି ଟିକାକରଣ । ଦେଶରେ ୧୬ ଜାନୁୟାରୀ ୨୦୨୧ରୁ ଟିକାକରଣ ଆରମ୍ଭ ହେବା ବୋଲି ସୂଚନା ଦେଇଛି ସ୍ବାସ୍ଥ୍ୟ ମନ୍ତ୍ରାଳୟ । ସର୍ବପ୍ରଥମେ ଦେଶର ସ୍ବାସ୍ଥ୍ୟ କର୍ମୀ ଏବଂ ଆଗଧାଡିର ଯୋଦ୍ଧାମାନଙ୍କୁ ଟିକା ଦିଆଯିବ ।

ଦେଶରେ ସ୍ବାସ୍ଥ୍ୟକର୍ମୀଙ୍କ ସଂଖ୍ୟା ପ୍ରାୟ ୩ କୋଟି । ଏହା ସହ ୫୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତିଙ୍କୁ ମଧ୍ୟ ପ୍ରଥମ ପର୍ଯ୍ୟାୟରେ ଟିକା ଦିଆଯିବ । ଏ ନେଇ ସାରା ଦେଶରେ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇସାରିଛି । ତେବେ ମୋଟାମୋଟି ଭାବେ ପ୍ରଥମ ପର୍ଯ୍ୟାୟରେ ଦେଶରେ ପ୍ରାୟ ୩୦ କୋଟି ଲୋକଙ୍କୁ ଟିକା ଦିଆଯିବ ।

ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ରାଜ୍ୟମାନଙ୍କ ସହ ଆଲୋଚନା ଶେଷ ହୋଇଛି । ଟିକାକରଣ କେନ୍ଦ୍ର ମଧ୍ୟ ପ୍ରସ୍ତୁତି ସରିଛି । ଟିକାକରଣ ପାଇଁ ଆବଶ୍ୟକ ଭାଇଡଲାଇନ୍‌ ମଧ୍ୟ ପୂର୍ବରୁ ଜାରି କରିସାରିଛନ୍ତି କେନ୍ଦ୍ର ସରକାର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.