Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ବିପୁଳ ପରିମାଣର କଫ୍ ସିରପ୍ ଓ ବ୍ରାଉନସୁଗାର ଜବତ, ନଗଦ ୪୯ହଜାର ଟଙ୍କା ସହ ଜଣେ ଗିରଫ

22/10/2021 at 5:54 PM

ଖୋର୍ଦ୍ଧା ୨୨।୧୦: ଦିନକୁ ଦିନ ଖୋର୍ଦ୍ଧା ଏବଂ ଏହାର ଆଖପାଖ ଅଞ୍ଚଳରେ ବୃଦ୍ଧି ପାଉଛି ନିଶା କାରବାର । ବିଶେଷକରି ଯୁବଗୋଷ୍ଠୀ ଏହି ନିଶା ବ୍ୟବସାୟ କରି ବିପଥଗାମୀ ହେଉଛନ୍ତି । କିନ୍ତୁ ଏହି ନିଶା ବ୍ୟବସାୟରେ ରୋକ ଲଗାଇବା ପାଇଁ ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖୁଛି ।

ସେହିଭଳି ଆଜି ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଖୋର୍ଦ୍ଧା ବିଡିଏ କଲୋନୀ ଅଂଚଳରେ ଅବକାରୀ ବିଭାଗ ଚଢ଼ାଉ କରି ୭୦୦ବୋତଲ କଫ୍ ସିରପ୍, ୩୦ଗ୍ରାମ ବ୍ରାଉନସୁଗାର ସହ ୪୯ ହଜାର ୫୭୦ ଟଙ୍କା ଜବତ କରି ଜଣକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଗ୍ରାମର ଅମରେଶ ବେହେରା । ସେପଟେ ଜବତ କଫ୍ ସିରପ୍ ଓ ବ୍ରାଉନସୁଗାରର ଆନୁମାନିକ ବଜାର ମୂଲ୍ୟ ୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ଦେଇଛନ୍ତି ଅବକାରୀ ଏସପି ଝାସକେତନ ବରିହା ।

   Related Posts