Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଚଢାଉ ପରେ ବି ଲାଗୁନି ଲଗାମ: ପୁଣି ଜବତ ହେଲା ୧୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ନକଲି ଜର୍ଦ୍ଦା, ଜଣେ ଗିରଫ

21/11/2020 at 7:54 PM

ଭଦ୍ରକ ୨୧।୧୧:  ନକଲି ଜ଼ର୍ଦ୍ଦାର ହବ ପାଲଟିଗଲାଣି ଭଦ୍ରକ ଜିଲ୍ଲାର ପୁରୁଣାବଜାର ଥାନା ଅଞ୍ଚଳ। ବାରମ୍ବାର ପୁଲିସର ଚଢାଉ ସତ୍ତ୍ୱେ ଚାଲିଛି ନକଲି ଜର୍ଦ୍ଦା ତିଆରି। ଏବେ ପୁଣି ବିପୁଳ ପରିମାଣରେ ନକଲି ଜ଼ର୍ଦ୍ଦା ସହ ଏଥିରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶ ଜବତ ହୋଇଛି । ନକଲି ଜର୍ଦ୍ଦା ତିଆରିରେ ସମ୍ପୃକ୍ତ ଜଣକୁ ଗିରଫ କରିଛି ପୋଲିସ । ଜବତ ହୋଇଥିବା ନକଲି ଜ଼ର୍ଦ୍ଦାର ଆନୁମାନିକ ମୂଲ୍ୟ ୧୦ଲକ୍ଷ ରୁ ଉର୍ଦ୍ଧ୍ୱ ହେବ ବୋଲି ସୂଚନା ସୂଚନା ଦେଇଛନ୍ତି ଭଦ୍ରକ ଏସ ଡ଼ି ପି ଓ ସାର୍ଥକ ରାୟ।

ସୂଚନା ଅନୁଯାୟୀ ପୁରୁଣାବଜାର ଥାନା ଶଙ୍କରପୁର ଅଞ୍ଚଳରେ ନକଲି ଜ଼ର୍ଦ୍ଦା କାରଖାନା ଚାଲିଥିବା ଖବର ପୁଲିସ ଜାଣିବାକୁ ପାଇଥିଲା । ପୁରୁଣାବଜାର ପୋଲିସ ପକ୍ଷରୁ ଏକ ଟିମ ସମ୍ପୃକ୍ତ ଅଞ୍ଚଳକୁ ଚଢ଼ାଉ କରାଯାଇଥିଲା। ଚଢାଉରେ ବିପୁଳ ପରିମାଣରେ ନକଲି ଜ଼ର୍ଦ୍ଦା ସହ  ବିଭିନ୍ନ ନାମୀ ଦାମୀ କମ୍ପାନୀର ଲୋଗୋ ସହ ଯନ୍ତ୍ରାଂଶ ଜବତ କରିଛି ପୋଲିସ ।ଏଥିରେ ସମ୍ପୃକ୍ତ ଥିବା ଜଣେ ବ୍ୟକ୍ତିକୁ ପୋଲିସ ଗିରଫ କରିବା ସହ ଅଧିକ ପଚରା ଉଚୁରା କରୁଛି ।

   Related Posts