ବନ୍ଦ ଘରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

Published By : Prameya-News7 Bureau | August 11, 2019 IST

ନିମାପଡ଼ା ୧୧|୮: ବନ୍ଦ ଘର ଭିତରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ନିମାପଡା ଥାନା ଶାସନ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସର ତଦନ୍ତ ଜାରି ।

ସୂଚନାଯୋଗ୍ୟ ଯେ, ନିମାପଡା ଥାନା ଶାସନ ଗାଁରେ ଫ୍ୟାନ୍ ରେ ଝୁଲନ୍ତା ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ଘରୁ ଦୁର୍ଗନ୍ଧ ବାହାରୁଥିବାରୁ ସନ୍ଦେହ କରିଥିଲେ ପରିବାର । ଉଭୟ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.