Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର : ପାରିବାରିକ କଳହରୁ ଆତ୍ମହତ୍ୟା ସନ୍ଦେହ

30/05/2020 at 11:14 AM

କେନ୍ଦୁଝର ୩୦।୫: କେନ୍ଦୁଝରରେ ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ପାରିବାରିକ କଳହରୁ ବୃଦ୍ଧ ଦମ୍ପତ୍ତି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ସଦର ଥାନା ନଇଗାଁର ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଦମ୍ପତ୍ତି ହେଉଛନ୍ତି ମଙ୍ଗଲ ନାଏକ ଓ ଦମୟନ୍ତି ନାଏକ । ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା କରିଥିବା ଗାଁ ଲୋକ ସୂଚନା ଦେଇଛନ୍ତି ।

ପୋଲିସର ପ୍ରାଥମିକ ତଦନ୍ତ ଅନୁସାରେ ମଙ୍ଗଳଙ୍କ ତିନି ପୁଅ ଓ ସେମାନଙ୍କ ମଧ୍ୟରୁ କେବଳ ବଡ ପୁଅ ବିବାହ କରିଛନ୍ତି । ବଡ ପୁଅ ବୋହୂ ସବୁବେଳେ ବୃଦ୍ଧ ଦମ୍ପତ୍ତି ଙ୍କ ସହ ଝଗଡା କରନ୍ତି । ଗତ ୨୮ତାରିଖ ଦିନ ଦମ୍ପତ୍ତି ହାଟରୁ ଫେରି ଗାଁ ପାଖ ଗଛରେ ନିଜ ଲୁଗାରେ ଫାଶି ଦେଇ ଆତ୍ମହତ୍ୟା କରିଛନ୍ତି । ଘଟଣାସ୍ଥଳରେ ସଦର ଥାନା ପୋଲିସ ଛାନ୍ ଭିନ୍ ଜାରି ରଖିଛି ।

   Related Posts