Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||

ନବ ଦମ୍ପତ୍ତିଙ୍କ ସନ୍ଦେହଜନକ ମୃତ୍ୟୁ, ଘର ଭିତରୁ ମିଳିଲା ମୃତଦେହ

29/05/2020 at 1:21 PM

ଭୁବନେଶ୍ବର ୨୯।୫: ଭୁବନେଶ୍ବରରେ ଅଭାବନୀୟ ଘଟଣା । ଘର ଭିତରୁ ନବ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଲିଙ୍ଗରାଜ ଥାନା କେଉଟସାହିରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ଲିଙ୍ଗରାଜ ଥାନା ପୋଲିସ ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଲିଙ୍ଗରାଜ ଥାନା କେଉଟ ସାହିରେ ନବ ଦମ୍ପତ୍ତିଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି । ଉଭୟଙ୍କ ମୃତଦେହ ଘର ଭିତରୁ ଉଦ୍ଧାର ହୋଇଛି । ମୃତ ସ୍ବାମୀଙ୍କ ନାଁ ରାକେଶ ରାଉତ ଏବଂ ସ୍ତ୍ରୀଙ୍କ ନାଁ ମୀନାକ୍ଷୀ ରାଉତ ବୋଲି ଜଣାପଡିଛି । ରାକେଶଙ୍କ ମୃତଦେହ ବେକରେ ଶାଢୀ ଗୁଡାଇ ହୋଇଥିବା ଅବସ୍ଥାରେ ଉଦ୍ଧାର ହୋଇଛି ।ମିନାକ୍ଷୀଙ୍କ ମୃତଦେହ ଖଟ ତଳୁ ଉଦ୍ଧାର ହୋଇଛି ।

ଉଭୟ ସ୍ବାମୀ-ସ୍ତ୍ରୀ ମାଉସୀ ଘରେ ରହୁଥିଲେ । ୩ ମାସ ତଳେ ଉବୟଙ୍କ ବିବାହ ହୋଇଥିଲା । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପାରିବାରିକ କଳହ ପାଇଁ ଉଭୟ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି । ଖବର ପାଇ ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରିଛି । ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

   Related Posts