Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀଙ୍କୁ ଜାମିନ

2/12/2019 at 10:11 PM

ନୂଆଦିଲ୍ଲୀ ୦୧।୧୨ – ବହୁ ଚର୍ଚ୍ଚିତ ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଦୁର୍ନୀତିରେ ଗିରଫ ହୋଇଥିବା ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀଙ୍କୁ ଜାମିନ । ୫ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚଲିକା ବଳରେ ରତୁଲଙ୍କୁ ଜାମିନ ଦେଇଛନ୍ତି ସ୍ୱତନ୍ତ୍ର ବିଚାରପତି ଅରବିନ୍ଦ କୁମାର । ଜାମିନ ଆବେଦନର ଶୁଣାଣି ବେଳେ ଇଡି ଏହାକୁ ଜୋରଦାର ବିରୋଧ କରିଥିଲା। ଘଟଣାର ତଦନ୍ତ ଚାଲିଥିବାରୁ ରତୁଲ ଜାମିନରେ ଗଲେ, ଏଥିରେ ବିଭ୍ରାଟ କରିପାରନ୍ତି ବୋଲି ଇଡି କହିଥିଲା। ହେଲେ କୋର୍ଟ ଏହାକୁ ଗ୍ରହଣ କରି ନଥିଲେ ।

ସେପ୍ଟେମ୍ବର ୪ରେ ଇଡି ରତୁଲଙ୍କୁ ଗିରଫ କରି ଏକାଧିକ ଥର ରିମାଣ୍ଡରେ ନେଇ ପଚରାଉଚରା କରିଥିଲା। ଏହାପରେ ତାଙ୍କୁ ବିଚାର ବିଭାଗୀୟ ହାଜତରେ ରଖାଯାଇଥିଲା।

   Related Posts