ଚିହ୍ନଟ ହେଲେ ୪୦ କୋଭିଡ୍ ସଂକ୍ରମିତ, ୪ ଦିନ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା କୋର୍ଟ ପରିସର

Published By : Prameya-News7 Bureau | January 19, 2022 IST

ଗଜପତି ୧୯।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଦିନକୁ ଦିନ ବୃଦ୍ଧି ପାଉଛି ସଂକ୍ରମିତ ସଂଖ୍ୟା । ଏହି ପରିପ୍ରେକ୍ଷୀରେ ଗଜପତି ଜିଲ୍ଲାରେ ମଧ୍ୟ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗଜପତି ଜିଲ୍ଲା କୋର୍ଟରେ ୪୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ କୋର୍ଟ ପରିସରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ୪୦ ଜଣ ସଂକ୍ରମିତ ଚିହ୍ନଟ ହେବା ପରେ କୋର୍ଟ ପରିସରକୁ ୪ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୭୩୭୭୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୮୪୨୦୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.