Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଗାଁରେ କୋଭିଡ୍ -୧୯ ସଚେତନତା ଓ ସୁରକ୍ଷା ଅଭିଯାନ : ୬୭୯୮ ପଞ୍ଚାୟତରେ ୬୯୩୯ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

11/04/2020 at 8:26 PM

ଭୁବନେଶ୍ବର ୧୧.୦୪ – କେବଳ  ସହର ନୁହେଁ, ଗାଁରେ କୋଭିଡ୍‌୧୯ ସଂକ୍ରମଣର ଭୟ ।  ଗାଁ କୁ ସୁରକ୍ଷା ଜରୁରି । ଏହି  ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି ଏବଂ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମଗୁଡ଼ିକ ସଂପର୍କରେ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କୁ ସଂପୃକ୍ତ କରିବା ଉଦ୍ଦେଶ୍ୟରେ ଗତ ମାର୍ଚ୍ଚ ୧୯, ୨୦ ଓ ୨୧ ତାରିଖରେ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଏବଂ ଜିଲ୍ଲା ପରିଷଦର ସଦସ୍ୟମାନଙ୍କ ପାଇଁ ସଚେତନତା ସଭା କରାଯାଇଥିବା ଆଜି ସାମ୍ବାଦିକ ସମ୍ମିଳନୀରେ  ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସାସନ ସଚିବ ଦେଓରଂଜନ କୁମାର ସିଂହ ପ୍ରକାଶ କରିଛନ୍ତି  ।

ସେ କହିଛନ୍ତି, କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧,୬୨,୧୪୨ ଶଯ୍ୟାବିଶିଷ୍ଟ ମୋଟ ୬୯୩୯ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି । ଗ୍ରାମ ପଞ୍ଚାୟତ ପାଣ୍ଠିରୁ କୋଭିଡ୍‌-୧୯ ସ୍ବତନ୍ତ୍ର ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ପ୍ରସ୍ତୁତି ପାଇଁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ପ୍ରତ୍ୟେକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ମୌଳିକ ସୁବିଧାସୁଯୋଗ ଏବଂ ପରିମଳ ବ୍ୟବସ୍ଥା ସହ ପ୍ରସ୍ତୁତ ରହିବା ନିମନ୍ତେ ଯଥାକ୍ରମେ ୧୦ ଲକ୍ଷ ଟଙ୍କା ଏବଂ ୫ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ସମସ୍ତ ଗ୍ରାମ ପଞ୍ଚାୟତରେ ଯୋଗ୍ୟ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ପେନ୍‌ସନ୍‌, ରାସନ୍‌ ସାମଗ୍ରୀ ଓ ସ୍ବତନ୍ତ୍ର ଖାଦ୍ୟ ସୁରକ୍ଷା ଭତ୍ତା ବଣ୍ଟନ କରାଯାଇଛି ।

   Related Posts