Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ରାୟଗଡ଼ାରେ କାର୍ଯ୍ୟକ୍ଷମ ହେଲା କୋଭିଡ୍-୧୯ ହସ୍ପିଟାଲ…

13/04/2020 at 1:50 PM

ରାୟଗଡା୧୩/୪: ଆଜି ରାୟଗଡ଼ାରେ କୋଭିଡ୍-୧୯ ହସ୍ପିଟାଲ ଉଦ୍‌ଘାଟିତ ହୋଇଯାଇଛି। ଜେକେପୁରସ୍ଥିତ ଇଏସଆଇ ମେଡିକାଲ ପରିସରରେ ସ୍ବତନ୍ତ୍ର କୋଭିଡ୍-୧୯ ହସ୍ପିଟାଲ ନିର୍ମାଣ ହୋଇଛି।୧୦୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲକୁ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା  ଏବଂ ଏସପି ଶର୍ବଣା ବିବେକ. ଏମ ଉଦ୍‌ଘାଟନ କରିଛନ୍ତି। କୋଭିଡ-୧୯ ରୋଗୀଙ୍କ ପାଇଁ ଆବଶ୍ୟକୀୟ ସମସ୍ତ ସୁବିଧା ଏହି ହସ୍ପିଟାଲରେ ମହଜୁଦ ରହିଛି। ଏହି ହସ୍ପିଟାଲରେ ସ୍ବାବ ସଂଗ୍ରହ କରିବା ସହ ରୋଗୀଙ୍କ ପାଇଁ  ପର୍ଯ୍ୟାପ୍ତ ପରିମାଣର ଅନ୍ୟାନ୍ୟ ସୁବିଧା ମଧ୍ୟ ରହିଛି। ରାଜ୍ୟ ସରକାରଙ୍କ ପୂର୍ଣ୍ଣ ସହାୟତାରେ ଏହି ହସ୍ପିଟାଲ ନିର୍ମାଣ କରାଯାଇଛି।

   Related Posts