Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶିଷ୍ଟ ଲେଖିକା ମନୋରମା ମହାପାତ୍ରଙ୍କ ପରଲୋକ
  • ||
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

ରାଜଧାନୀ ଭୁବନେଶ୍ବରରେ ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ଦିନକରେ ୩୧୮ ସଂକ୍ରମିତ ଚିହ୍ନଟ, ୨୩୯ ସୁସ୍ଥ

1/08/2021 at 8:42 PM

ଭୁବନେଶ୍ବର ୦୧/୦୮ : ରାଜଧାନୀ ଭୁବନେଶ୍ବରରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ପାର ହୋଇଛି । ରବିବାର ଚିହ୍ନଟ ହୋଇଥିବା ୩୧୮ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୦୦,୧୮୧ରେ ପହଞ୍ଚିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ ରାଜଧାନୀରେ କିନ୍ତୁ ପ୍ରତିଦିନ ଅଧିକ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଯାହାକି ଚିନ୍ତାର କାରଣ ପାଲଟିଛି । ଅଗଷ୍ଟ ମାସ ପାଇଁ ରାଜ୍ୟ ସରକାର ଜାରି କରିଥିବା ଗାଇଡଲାଇନ୍‌ରେ ସଂକ୍ରମଣ ହାର ଅଧିକ ରହିଥିବା ୨ ଜିଲ୍ଲା କଟକ, ପୁରୀ ଏବଂ ଗୋଟିଏ ସହର ଭୁବନେଶ୍ବର ପାଇଁ ନିୟମ କଡାକଡି ହୋଇଛି । ଭୁବନେଶ୍ବରରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଜାରି ରହିବା ସହିତ ରାତି ୮ଟା ରୁ ଭୋର ୬ଟା ଯାଏଁ ନାଇଟ୍‌ କର୍ଫ୍ୟୁ ଜାରି ରହିବ ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରୁ ୩୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୭୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୩୯ ଜଣ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୧୮୧ରେ ପହଞ୍ଚିଛି । ସେହିଭଳି ମୋଟ ୯୬,୮୫୬ ଜଣ ସୁସ୍ଥ ହୋଇଥିବା ବେ​‌ଳେ ୮୦୬ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ବର୍ତ୍ତମାନ ଆକ୍ଟିଭ୍ କେସ୍ ୨୪୯୮ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୭ ଜଣ ସୁସ୍ଥ ହୋଇଛନ୍ତି ।

   Related Posts